Home International ୯ ମାସ ପରେ ପୃଥିବୀକୁ ଫେରିଲେ ସୁନୀତା

୯ ମାସ ପରେ ପୃଥିବୀକୁ ଫେରିଲେ ସୁନୀତା

154
0

୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର । ସୁନୀତା ଓ ବୁଚଙ୍କ ସହ ଅନ୍ୟ ୨ କ୍ରୁ ସଦସ୍ୟ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନାନା ମହାକାଶଚାରୀ ନିକ୍ ହେଗ ଫେରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସ୍-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି ।

ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ୍ ଷ୍ଟେସନରୁ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି ମହାକାଶଚାରୀ । ଭାରତୀୟ ସମୟ ଭୋର ୩ଟା ୨୭ ମିନିଟରେ ସମୁଦ୍ରରେ ଲ୍ୟାଣ୍ଡିଙ୍ଗ କରିଛି ନାସାର ସ୍ବତନ୍ତ୍ର ସ୍ପେସକ୍ରାଫ୍ଟ । ପରେ ୪ ମହାକାଶଚାରୀ ବାହାରକୁ ଆସିଥିବାର ଭିଡ଼ିଓ ସାମ୍ନାକୁ ଆସିଛି । ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ସମୟରେ ସ୍ପେସ୍ଏକ୍ସ କ୍ରୁ ଡ୍ରାଗନର ବେଗ ଘଣ୍ଟା ପ୍ରତି ୨୭ ହଜାର କିଲୋମିଟର ଥିଲା । ଶବ୍ଦର ବେଗଠୁ ୨୨ ଗୁଣା ଅଧିକ ବେଗରେ କ୍ୟାପସୁଲ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରିବା ପରେ ବାହ୍ୟ ତାପାମତ୍ରା ୧୯୨୬ ଡୀଗ୍ରୀ ସେଲସିୟସକୁ ବଢିଯାଇଥିଲା। ଅବତରଣର କିଛି ମିନିଟ ପୂର୍ବରୁ ଡ୍ରାଗନ କ୍ୟାପସୁଲରେ ଲାଗିଥିବା ୪ ଟି ପାରାସୁଟ୍ ଖୋଲାଯାଇଥିଲା। ପ୍ରଥମେ ଦୁଇଟି ପାରାସୁଟ ଖୋଲାଯାଇଥିଲା । ପରେ ଯାନର ବେଗ କମ ହେବା ପରେ ଅନ୍ୟ ୨ଟି ପାରାସୁଟ ଖୋଲିଥିଲା । ପାରାସୁଟ ଯୋଗୁଁ ଯାନର ବେଗ କମ୍ ହେବା ସହ ଧିରେ ଧିରେ ତଳକୁ ଖସି ସମୁଦ୍ରରେ ପଡିଥିଲା । ସ୍ପେସଏକ୍ସ କ୍ରୁ ଡ୍ରାଗନ ସମୁଦ୍ରରେ ପଡିବା ପୂର୍ବରୁ ସେଠାରୁ ସ୍ବତନ୍ତ୍ର ବୋଟ ମୁତୟନ ରହିଥିଲା । ମହାକାଶ ଯାନରୁ ମହାକାଶଚାରୀଙ୍କୁ ସୁରକ୍ଷିତ ବାହାର କରାଯାଇଛି । ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପଠାଯାଇଛି । ୪ ମହାକାଶଚାରୀ ଫେରିବା ପରେ କେବଳ ଆମେରିକା ନୁହେଁ ସାରା ବିଶ୍ବରେ ଖୁସିର ଲହରୀ ଖେଳଯାଇଛି । ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶ୍ବକୁ ବଡ଼ ସଫଳତା : ୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋରସୁନୀତା ଓ ବୁଚଙ୍କ ସହ ଅନ୍ୟ ୨ କ୍ରୁ ସଦସ୍ୟ ପୃଥିବୀକୁ ଫେରିଛନ୍ତିଆଲେକଜାଣ୍ଡର ଗୋର୍ବୁନୋଭ ଓ ନାନା ମହାକାଶଚାରୀ ନିକ୍ ହେଗ୍ ମଧ୍ୟ ଫେରିଛନ୍ତିଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସଏକ୍ସ କ୍ରୁ ଡ୍ରାଗନର ଘଣ୍ଟା ପ୍ରତି ୨୭ ହଜାର କିଲୋମିଟର ଥିଲା ଶବ୍ଦର ବେଗଠୁ ୨୨ ଗୁଣା ଅଧିକ ବେଗରେ ଯାନ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରିଥିଲାବାହ୍ୟ ତାପାମତ୍ରା ୧୯୨୬ ଡିଗ୍ରୀ ସେଲସିୟସକୁ ବଢିଯାଇଥିଲା ଯାନର ତାପମାତ୍ର ଅବତରଣର କିଛି ମିନିଟ ପୂର୍ବରୁ ଡ୍ରାଗନ କ୍ୟାପସୁଲରେ ଲାଗିଥିବା ୪ ଟି ପାରାସୁଟ୍ ଖୋଲାଯାଇଥିଲାଯାନର ବେଗ କମାଇବାକୁ ପ୍ରଥମେ ଦୁଇଟି ଏବଂ ପରେ ପରେ ଅନ୍ୟ ଦୁଇଟି ପାରାସୁଟ ଖୋଲିଥିଲା। ପାରାସୁଟ ଯୋଗୁଁ ଯାନ ବେଗ କମ ହେବା ସହ ଧିରେ ଧିରେ ତଳକୁ ଖସି ସମୁଦ୍ରରେ ପଡିଥିଲା । ସ୍ପେସ୍ଏକ୍ସ କ୍ରୁ ଡ୍ରାଗନ ସମୁଦ୍ରରେ ପଡିବା ପୂର୍ବରୁ ସେଠାରୁ ସ୍ବତନ୍ତ୍ର ବୋଟ ମୁତୟନ ରହିଥିଲା।ମହାକାଶ ଯାନରୁ ମହାକାଶଚାରୀଙ୍କୁ ସୁରକ୍ଷିତ ବାହାର କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପଠାଯାଇଛି।

LEAVE A REPLY

Please enter your comment!
Please enter your name here